ଆଜି ସକାଳେ ସ୍ଥାନୀୟ ଲୋକେ ହାତୀର ମୃତଦେହ ଏଠାରେ ପଡିଥିବା ଦେଖିବାକୁ ପାଇଥିଲେ । ସେମାନେ ଏ ସମ୍ପର୍କରେ ତୁରନ୍ତ ନିକଟସ୍ଥ ବନ ବିଭାଗ କାର୍ଯ୍ୟାଳୟକୁ ଖବର ଦେଇଥିଲେ । ଅନୁଗୋଳ ବନଖଣ୍ଡ ଅଧିକାରୀଙ୍କ ସହିତ ବନ ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଂଚି ହାତୀର ମୃତଦେହ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦେଇଛନ୍ତି । ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । କିପରି ଓ କେଉଁ ଅବସ୍ଥାରେ ହାତୀଟିର ମୃତ୍ୟୁ ଘଟିଲା ବିଭାଗ ପକ୍ଷରୁ ସେନେଇ ଛାନଭିନ୍ ଜାରୀ ରହିଛି । ପ୍ରାଥମିକ ଅନୁସନ୍ଧାନରୁ କୌଣସି ରୋଗ ପାଇଁ ହାତୀଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି । ତେବେ, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି
Related Stories
January 12, 2025
January 12, 2025
January 12, 2025