-
ଭୁବନରେ ସର୍ବାଧିକ ୯୧.୦ ମି.ମି.
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୯୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଢ଼େଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୪୮.୦ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୩୩.୦ ମି.ମି., ଯାଜପୁର ଜିଲ୍ଲାର ଦାନଗଦିରେ ୩୨.୦ ମି.ମି., ନୂଆପଡା ଜିଲ୍ଲାର ନୂଆପଡ଼ାରେ ୩୧.୪ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଗଁଦିଆରେ ୩୧.୦ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୩୦.୨ ମି.ମି., କଟକ ଜିଲ୍ଲାର ମାହାଙ୍ଗାରେ ୨୮.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳରେ ୨୭.୨ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୨୬.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।