
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ରେକର୍ଡ଼ ହୋଇଛି । ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦରେ ସର୍ବାଧିକ ୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ାରେ ୩.୮ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୩.୦ ମି.ମି., ରାୟଗଡ଼ା ଜିଲ୍ଲାର କାଶୀପୁରରେ ୩.୦ ମି.ମି., ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୧.୬ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।