ଭୁବନେଶ୍ୱର, ପ୍ରବଳ ଖରାରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ । ଏଭଳି କଡା ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) । ଏସମ୍ପର୍କରେ ଏସଆରସି ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଦିନ ୧୧ଟାରୁ ୩ଟା ଭିତରେ ବାହାରେ ଶ୍ରମିକମାନଙ୍କୁ କାମ କରାଇବାକୁ ମନା କରାଯାଇଛି । ନିର୍ଦ୍ଦେଶ ଅବମାନନା ହେଲେ ସଂପୃକ୍ତ ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ । ବିପର୍ଯ୍ୟୟ ପରିଚାଳନା ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
Related Stories
November 26, 2024