ଭୁବନେଶ୍ୱର, ଜୟନ୍ତ ଷଡଙ୍ଗୀଙ୍କ ମାତୃ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା ତଥା ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀଙ୍କ ମା’ ଲଳିତା ଷଡଙ୍ଗୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ମେଳାପୀ, ସରଳ ବିଶ୍ୱାସୀ ଓ ଧର୍ମପରାୟଣା ମହିଳା ଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
Related Stories
November 21, 2024
November 21, 2024