
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବରଗଡ଼ ଜିଲ୍ଲାର ଗାଇସିଲେଟରେ ସର୍ବାଧିକ ୩୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୨୫.୨ ମି.ମି., ରାୟଗଡ଼ା ଜିଲ୍ଲାର ବିଶମ-କଟକରେ ୨୧.୨ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୧୯.୦ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୧୪.୯ ମି.ମି. ଏବଂ ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୧୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।