ଭୁବନେଶ୍ୱର, ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ଢେଙ୍କାନାଳ ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହାସହ ସରକାରୀ ଭାବେ ଅଂଶୁଘାତଜନିତ ମୃତକଙ୍କ ସଂଖ୍ୟା ୨ରେ ପହଂଚିଛି ।
ବର୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି । ସେଥିମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି । କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା ।