ବିଧାନସଭାସ୍ଥିତ ପ୍ରକୋÂ ନଂ-୫୪ରେ ଅନୁÂିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା, ଆଇନ, ଗୃହନିର୍ମାଣ ଓ ନଗର ଉନ୍ନୟନ ଏବଂ ପଂଚାୟିତିରାଜ ଓ ପାନୀୟଜଳ ବିଭାଗ ସଂପର୍କରେ ଭାରତର ମହାଲେଖ ନିୟନ୍ତ୍ରକ ତଥା ମହାସମୀକ୍ଷକ ୨୦୧୧-୧୨ ବର୍ଷ ପାଇଁ ଦେଇଥିବା ରିପୋର୍ଟ ୨୦୧୩ର ରିପୋର୍ଟ ନଂ-୫ର ପାରା-୨.୨କୁ ପରୀକ୍ଷା କରାଯିବା ସହ ଏହା ଉପରେ ପର୍ଯ୍ୟାଲୋଚନା କରାଯାଇଥିଲା । ଏହାଛଡ଼ା ରାଜ୍ୟରେ ସରକାରୀ ଜାଗା ଜବରଦଖଲ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା ।
ଏହି ବୈଠକରେ କମିଟିର ସଭ୍ୟ/ସଭ୍ୟା, ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା, ଆଇନ, ଗୃହନିର୍ମାଣ ଓ ନଗର ଉନ୍ନୟନ ଏବଂ ପଂଚାୟିତିରାଜ ଓ ପାନୀୟଜଳ ବିଭାଗର ପଦାଧିକାରୀଙ୍କ ସମେତ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ ।