ଭୁବନେଶ୍ୱର, ଆକାଶରୁ ଅଗ୍ନିବର୍ଷା । ତାତିରୁ ନାହିଁ ନିସ୍ତାର, ଆହୁରି ଦୁଇରୁ ତିନି ଦିନ ଯାଏଁ ରହିବ ହିଟ୍ ଓ୍ଵେଭର ପ୍ରଭାବ। ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରୀ ଟପିବା ଆଶଙ୍କା କରାଯାଉଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୌଦ୍ଧ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି। ଦୁଇ ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ହ୍ରାସ ପାଇବା ସମ୍ଭାବନା ରହିଥିବା ବେଳେ ୬ କିମ୍ବା ୭ ତାରିଖ ବେଳକୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
Related Stories
December 2, 2024