
ଭୁବନେଶ୍ଵର, ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ଗୁଳିଗୁଳିରେ ରାଜ୍ୟବାସୀ ଅତିଷ୍ଠ ହୋଇପଡିଲେଣି । ତେବେ ଆଜି ଠାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ପାଇଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ (ହିଟ୍ ୱେଭ୍) ନେଇ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।