
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଗଞ୍ଜାମ ଜିଲ୍ଲାର ଧରାକୋଟରେ ସର୍ବାଧିକ ୨୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ଆସିକାରେ ୨୪.୦ ମି.ମି. ଏବଂ ମାଲକାନଗିରି ଜିଲ୍ଲାର ପଡ଼ିଆରେ ୧୧.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।