
ଭୁବନେଶ୍ୱର, ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି।