
ନୂଆଦିଲ୍ଲୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସଙ୍କଟ ବଢିବାରେ ଲାଗିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ଅରବିନ୍ଦ କେଜରିୱାଲଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କରିପାରେ । ଏହା ପ୍ରଥମ ଥର କୌଣସି ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ ହେବ । ଏବେ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦ ଅଛନ୍ତି ।
ସୂତ୍ର ମୁତାବକ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମେ 10 ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କରିପାରେ । କେଜରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାର୍ଚ୍ଚ 21ରେ ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ଗିରଫ କରିଥିଲା ।