-
ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ସର୍ବାଧିକ ୭୭.୦ ମି.ମି.
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ସର୍ବାଧିକ ୭୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଅନୁଗୁଳ ଜିଲ୍ଲାର ଅନୁଗୁଳରେ ୬୮.୦ ମି.ମି., ଦେବଗଡ଼ ଜିଲ୍ଲାର ବାରକୋଟ ୬୦.୮ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୫୬.୨ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୫୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୪୭.୨ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୩୭.୨ ମି.ମି., ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୩୭.୦ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୩୭.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୩୫.୦ ମି.ମି. ଏବଂ ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳରେ ୩୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।