
-
ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୬୪.୦ ମି.ମି.
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୬୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ଵର ଜିଲ୍ଲାର ଖଇରାରେ ୪୮.୦ ମି.ମି., କେନ୍ଦୁଝର ଜିଲ୍ଲାର ଘଷିପୁରାରେ ୪୫.୨ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୪୨.୦ ମି.ମି., କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୩୯.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୩୭.୦ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୩୩.୨ ମି.ମି., ଯାଜପୁର ଜିଲ୍ଲାର ଜେନାପୁରରେ ୩୧.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୨୮.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୨୪.୨ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୨୪.୨ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡଳିରେ ୨୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।