-
ରାୟଗଡ଼ା ଜିଲ୍ଲାର କାଶୀପୁରରେ ସର୍ବାଧିକ ୩୮.୩ ମି.ମି.
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ରାୟଗଡ଼ା ଜିଲ୍ଲାର କାଶୀପୁରରେ ସର୍ବାଧିକ ୩୮.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଞ୍ଜାମ ଜିଲ୍ଲାର ଧରାକୋଟରେ ୩୮.୦ ମି.ମି., ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୩୧.୬ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଡ଼େରାବିଶରେ ୨୮.୦ ମି.ମି., ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁରରେ ୨୮.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୨୬.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୧୯.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୧୬.୪ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୧୫.୦ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୧୨.୧ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ା (ପିଟିଓ)ରେ ୧୦.୨ ମି.ମି. ଏବଂ କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।