ଭୁବନେଶ୍ୱର, ଆସନ୍ତା ୨୩ ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ । ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ବିଜୁ ବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ଣ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
Related Stories
November 24, 2024
November 24, 2024