ଭୁବନେଶ୍ୱର– ଭିକେ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ଅପିଲ କରି ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ରାଜ୍ୟ ବିଜେପି । ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଏହି ଚିଠିରେ ଲେଖିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କୁ ଭିକେ ପାଣ୍ଡିଆନ ବନ୍ଧନ କରି ରଖିଛନ୍ତି । ଅନେକ ଘଟଣାରୁ ଏହା ପ୍ରମାଣିତ ହୋଇସାରିଛି । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ, ଡିଜିପି କଥା ହେଉଛନ୍ତି କି ନାହିଁ ସନ୍ଦେହ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅବସ୍ଥା କଣ ଜାଣିବା ଅଧିକାର ରାଜ୍ୟବାସୀଙ୍କର ଅଛି । ଜଣେ ଜଜ୍ ଓ କିଛି ମାନ୍ୟଗଣ୍ୟଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରନ୍ତୁ । ଭିକେ ପାଣ୍ଡିଆନଙ୍କ କବଳରୁ ମୁକ୍ତ କରି ଗଣମାଧ୍ୟମ ସାମ୍ନାକୁ ଆଣନ୍ତୁ ବୋଲି ଦାବି କରିଛି ବିଜେପି ।
Related Stories
January 17, 2025
January 17, 2025