
ଭୁବନେଶ୍ୱର, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଙ୍କୁ ଗିରଫ କରାଯାଇଥିବା ଜଣା ପଡିଛି ।
ମିଳି ଥିବା ସୂଚନା ଅନୁସାରେ ତାଙ୍କୁ ଗିରଫ କରାଯିବା ପରେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ପ୍ରିଜାଇଡିଂ ଅଫିସର ଜ୍ଞାନରଞ୍ଜନ ତ୍ରିପାଠୀଙ୍କ ଅଭିଯୋଗ ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୋଲିସ ଗିରଫ କରାଯାଇଛି .
ଉଲ୍ଲେଖନୀୟ ଯେ. ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେଡି। ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିବା ପାଇଁ ଦାବି କରିଥିଲା ବିଜେଡି। ବିଜେଡିର ଅଭିଯୋଗ ଅନୁସାରେ, ବୋଲଗଡ଼ର ଏକ ବୁଥରେ ପଶି ବିଜେପିର ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭଙ୍ଗାରୁଜା କରିଛନ୍ତି।