ଭୁବନେଶ୍ୱର, ଆସନ୍ତା କାଲିଠାରୁ ବଢ଼ିବ ପାରଦ । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ ପାଂଚଦିନ ପର୍ଯ୍ୟନ୍ତ ହିଟୱେଭ ସ୍ଥିତି ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଅନ୍ୟପକ୍ଷରେ ଆଗାମୀ ୫ଦିନ ମଧ୍ୟରେ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି । ମୌସୁମୀ ବାୟୁ କେରଳ ଛୁଇଁବା ପରେ ଓଡିଶା ପାଇଁ ଆକଳନ କରାଯାଇପାରିବ ବୋଲି ସେ କହିଛନ୍ତି ।
Related Stories
November 10, 2024
November 10, 2024
November 10, 2024