
ଭୁବନେଶ୍ୱର– ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସୋମବାର ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଂଟିନ୍ ଛକ ସ୍ଥିତ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ନେହେରୁଙ୍କ ପ୍ରତିମୂର୍ତିରେ ନେତାଗଣ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ବାଙ୍କନିଧି ବେହେରା, ରଣଜିତ ପାତ୍ର, ମିହିର ଆଚାର୍ଯ୍ୟ, କନକଲତା ମଲ୍ଲିକ, କାର୍ତିକେଶ୍ୱର କାଣ୍ଡି, ଅଭିଷେକ ଦଳବେହେରା ପ୍ରମୁଖ ଅଂଶଗ୍ରହଣ କରିଥିଲେ ।