ଭୁବନେଶ୍ୱର, ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ସରକାରୀ ଭାବେ ୪କୁ ବୃଦ୍ଧି ପାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଅଂଶୁଘାତରେ ଢେଙ୍କାନାଳ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଏବଂ ମୟୂରଭଞ୍ଜରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଆଉ ୧୪ଟି ଅଂଶୁଘାତ ମୃତ୍ୟୁ ଅଭିଯୋଗର ତଦନ୍ତ ଚାଲିଛି । ଗତକାଲି ସୁଦ୍ଧା ରାଜ୍ୟରେ ୧,୨୧୯ ଜଣ ଅଂଶୁଘାତ ଯୋଗୁଁ ଡାକ୍ତରଖାନାରେ ଭର୍ତି ହୋଇଥିଲେ । ଢେଙ୍କାନାଳରେ ସର୍ବାଧିକ ୧୯୮ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତି ହୋଇଥିବା ବେଳେ ମୟୂରଭଞ୍ଜରେ ୧୪୬, ସୁନ୍ଦରଗଡ଼ରେ ୧୩୧ ଓ ସମ୍ବଲପୁରରେ ୧୨୧ ଜଣ ଡାକ୍ତରଖାନାରେ ଭର୍ତି ହୋଇଥିଲେ । ଆଗକୁ ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।