-
କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବାଧିକ ୨୨.୦ ମି.ମି.
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବାଧିକ ୨୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କଳାହାଣ୍ଡି ଜିଲ୍ଲାର କଲମପୁରରେ ୭.୨ ମି.ମି., ଗୋଲାମୁଣ୍ଡାରେ ୭.୦ ମି.ମି ବର୍ଷା ହୋଇଥିବା ବେଳେ ନୂଆପଡା ଜିଲ୍ଲାର ସିନାପାଲିରେ ୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।