
ଭୁବନେଶ୍ୱର, ପୁରୀ ଚନ୍ଦନ ପୁଷ୍କରିଣୀରେ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ଏହି ଦୁର୍ଘଟଣାରେ 25ରୁ ଉର୍ଧ ଲୋକ ଆହତ ହୋଇଛନ୍ତି । ସେମାନଙ୍କୁ କଟକ ଏସସିବି ଓ ଭୁବନେଶ୍ବରର ବିଭିନ୍ନ ହସପିଟାଲରେ ଭର୍ତି କରାଯାଇଛି ।