ଭୁବନେଶ୍ୱର, ନରେନ୍ଦ୍ର ପୁଷ୍କରିଣୀ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ବିଷୟରେ ଜାଣି ଦୁଃଖିତ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରୁଛି।
Related Stories
January 15, 2025