ଭୁବନେଶ୍ୱର, ବୁଥ୍ ରେ ଗଣ୍ଡଗୋଳ ଓ ଇଭିଏମ୍ ଭଙ୍ଗାରୁଜା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଖୋର୍ଦ୍ଧା ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ଶୁକ୍ରବାର ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।
ସୂଚନାଯୋଗ୍ୟ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଏହି ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୁଲିସ ଗିରଫ କରିଥିଲା । ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତି କରାଯାଇଛି ।