ଭୁବନେଶ୍ଵର, ମଇ ୩୧ ତାରିଖ ଠାରୁ ଜୁନ୍ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ୭ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ାକୁ ହିଟ୍ ୱେଭ ଟୁ ସିଭିୟର୍ ହିଟ୍ ୱେଭ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ଆସନ୍ତାକାଲି (୧ ତାରିଖ) ପାଇଁ ୪ଟି ଜିଲ୍ଲା କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁରକୁ ପ୍ରବଳ ଗ୍ରୀଷ୍ମପ୍ରବାହ ହେବା ନେଇ ଚେତାବନୀ ଜାରି କରାଯାଇଛି । ସେହିପରି ୨, ୩ ଏବଂ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।