-
ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ସର୍ବାଧିକ ୪୩.୬ ମି.ମି.ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ସର୍ବାଧିକ ୪୩.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କନ୍ଧମାଳ ଜିଲ୍ଲାର ଟିକାବାଲି ୩୪.୦ ମି.ମି., ଚକାପାଦରେ ୩୨.୨ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୨୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।