ପୁରୀ, ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରି ଚନ୍ଦନ ଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସାଧିନ ଥିବା ଆଉ ଜଣକର ମୃତ୍ୟୁ ଘଟିଛି । ଫଳରେ ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଘଟଣାରେ ଆହତ ହୋଇଥିବା ଅନ୍ୟ ୨୨ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ପ୍ରକାଶ ଥାଉକି, ଗତ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବା ବେଳେ ଏହି ବାଣ ବିସ୍ଫୋରଣ ଘଟିଥିଲା । ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ।