
-
ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ସର୍ବାଧିକ ୫୪.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ସର୍ବାଧିକ ୫୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୫୦.୦ ମି.ମି., ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୪୮.୬ ମି.ମି., କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୪୭.୦ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୪୩.୪ ମି.ମି., ସମ୍ବଲପୁରରେ ୪୨.୦ ମି.ମି., ନାକ୍ଟିଦେଉଳରେ ୩୮.୦ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୩୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ୩୦.୬ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୨୯.୦ ମି.ମି., ବାରକୋଟରେ ୨୮.୬ ମି.ମି. ଏବଂ ନବରଙ୍ଗପପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୨୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।