
ଗଞ୍ଜାମ, ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟିରେ ଆଜି ସକାଳେ ଏକ ହଳଦୀ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଛି । ଫଳରେ ଘଟଣାସ୍ଥଳରେ ଗାଡିର ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲପର୍ ଫେରାର୍ ଥିବା ଜଣାପଡିଛି । ଖବର ପାଇ ପାଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରି ରହିଛି । କିପରି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ଯାଂଚ୍ କରୁଛି ପୋଲିସ ।