-
କଟକ ଜିଲ୍ଲାର ମାହାଙ୍ଗାରେ ସର୍ବାଧିକ ୧୪୦.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ କଟକ ଜିଲ୍ଲାର ମାହାଙ୍ଗାରେ ସର୍ବାଧିକ ୧୪୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କଟକ ଜିଲ୍ଲାର କଂଟାପଡାରେ ୧୨୫.୦ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୧୨୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୧୨୧.୦ ମି.ମି., ଜଗତସିଂହପୁର ଜିଲ୍ଲାର ତିର୍ତୋଲରେ ୯୮.୦ ମି.ମି., କନ୍ଧମାଳ ଜିଲ୍ଲାର ଖଜୁରିପଡାରେ ୯୩.୪ ମି.ମି., କଟକ ଜିଲ୍ଲାର କଟକରେ ୯୧.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୮୭.୦ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୮୫.୬ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶରେ ୮୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୮୧.୦ ମି.ମି., ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ୭୪.୫ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୭୪.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।