ଭୁବନେଶ୍ୱର, ନିର୍ବାଚନ ପୂର୍ବରୁ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବିଳମ୍ବିତ ରାତିରେ ଆଉ ୫ ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ଏହା ସହିତ ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ ନାୟକଙ୍କୁ ଏଯାଏ ପୁଲିସ ଧରି ନାହିଁ ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ନିର୍ବାଚନ ପ୍ରଚାରର ଶେଷ ଦିନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାନକୁଟା ଗାଁରେ ପ୍ରଚାରରୁ ଫେରିଲା ବେଳେ ୨୦ରୁ ଅଧିକ ବିଜେପି କର୍ମୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏଥିରେ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସହ ୪ ଜଣ ଗୁରୁତର ଆହତ ହୋଇଥିଲେ।