-
ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ସର୍ବାଧିକ ୫୨.୧ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ସର୍ବାଧିକ ୫୨.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୫୦.୫ ମି.ମି., ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୩୬.୦, ତେନ୍ନୁଳିଖୁଂଟିରେ ୩୪.୦ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୩୨.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୧୮.୨ ମି.ମି., କୋଷାଗୁମୁଡାରେ୧୪.୮ ମି.ମି., କଳାହାଣ୍ଡି ଜିଲ୍ଲାର କୋକସରାରେ ୧୩.୦ ମି.ମି., ରାୟଗଡ଼ା ଜିଲ୍ଲାର ଗୁଡାରିରେ ୧୦.୬ ମି.ମି. ଏବଂ କୋରାପୁଟ ଜିଲ୍ଲାର ନନ୍ଦପୁରରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।