-
ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୩୭.୦ ମି.ମି., ଶୁଳିଆପଦାରେ ୩୧.୦ ମି.ମି., ରାୟଗଡ଼ା ଜିଲ୍ଲାର କାଶୀପୁରରେ ୩୦.୪ ମି.ମି., ଯାଜପୁର ଜିଲ୍ଲାର କୋରେଇରେ ୨୯.୦ ମି.ମି., କେନ୍ଦୁଝର ଜିଲ୍ଲାର ଘଟଗାଁରେ ୨୭.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ୨୬.୬ ମି.ମି., ବାଲେଶ୍ଵର ଜିଲ୍ଲାର ବାହାନଗାରେ ୨୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୨୦.୦ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୧୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୧୯.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୧୮.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ୧୭.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।