
ଭୁବନେଶ୍ୱର, ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିପାରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ପୋର୍ଟାଲରେ ଆବେଦନ କରିପାରିବେ। ଜୁଲାଇ ୬ତାରିଖ ଆବେଦନର ଶେଷ ତାରିଖ ରହିଛି। ମୋଟ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ଆଡମିଶନ କରାଯିବ।