ଭୁବନେଶ୍ୱର – ପୂର୍ବତନ ଲୋକସଭା ସାଂସଦ ତଥା ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟରରେ ଲେଖିଛନ୍ତି ଯେ ତାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ବିୟୋଗ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି ।ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।
Related Stories
November 24, 2024