ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଯାଜପୁର ଜିଲ୍ଲାର ଦାନଗଦିରେ ସର୍ବାଧିକ ୮୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୭୯.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୭୮.୦ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୫୫.୫ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୫୫.୦ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୪୮.୦ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୪୨.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୪୨.୦ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୪୦.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୩୪.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୩୩.୨ ମି.ମି., ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀରେ ୩୨.୦ ମି.ମି. ଏବଂ ଯାଜପୁର ଜିଲ୍ଲାର ବରୀରେ ୨୭.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।