ଭୁବନେଶ୍ୱର, ରାଜ୍ୟରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ତଦାରଖ ପାଇଁ ଦୁଇ ଜଣ ବିଜେପି ନେତା ଭୁବନେଶ୍ୱର ପହଂଚିଥିବା ଦଳୀୟ ସୂତ୍ରରୁ ଜଣା ପଡିଛି । ମିଳିଥିବା ସୂଚନା ଅନୁସାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟପ୍ରଦେଶର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିଶ୍ୱାସ କୈଳାଶ ସାରଙ୍ଗ ଏବଂ ମଧ୍ୟପ୍ରଦେଶ ବିଜେପିର ପୂର୍ବତନ ସଂଗଠନ ମନ୍ତ୍ରୀ ଆଶୁତୋଷ ତିୱାରୀ ପହଞ୍ଚିଛନ୍ତି | ଆସନ୍ତା 10 ତାରିଖରେ ହେବାକୁ ଥିବା ଶପଥ ଗ୍ରହଣ କାର୍ଯ୍ୟକ୍ରମର ତଦାରଖ କରିବେ ଏହି ଦୁଇ ବରିଷ୍ଠ ନେତା । ଏହି ଦୁଇ ନେତା ଭୁବନେଶ୍ୱରରେ ରହି କାର୍ଯ୍ୟକ୍ରମ ପରିଚାଳନା କରିବାକୁ ଆସିଛନ୍ତି ।
Related Stories
November 25, 2024