
ଭୁବନେଶ୍ୱର, ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତ୍ୟିକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟକୁ ପ୍ରଗତିଶୀଳ କରିବା ସହ ଲୋକଙ୍କ ସୁବିଧା ତଥା ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ।