-
କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୩୦.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୩୦.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ରେ ୧୯.୬ ମି.ମି., ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୧୨.୦ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୧୦.୨ ମି.ମି., ରାୟଗଡ଼ା ଜିଲ୍ଲାର କାଶୀପୁରରେ ୬.୪ ମି.ମି., ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୫.୨ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୨.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।