
ଭୁବନେଶ୍ୱର, ଆସନ୍ତା ଜୁନ୍ ୩୦ ତାରିଖ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ନେବାକୁ ମନା କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ ସୁରେନ୍ଦ୍ର କୁମାର ଏନେଇ ସମସ୍ତ ବିଭାଗୀୟ ସଚିବ, ବିଭାଗୀୟ ମୁଖ୍ୟ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବେ । ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ ।
ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ହେଡ୍ କ୍ୱାର୍ଟର ନଛାଡ଼ିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନରହିବାକୁ କୁହାଗଲା ।