ଭୁବନେଶ୍ୱର – ଆଉ କିଛି ସମୟ ପରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବା ପାଇଁ ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଂଚିବା ପରେ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯାଇଛନ୍ତି । ସେଠାରୁ ବାହାରି ଏକ ଶୋଭାଯାତ୍ରାରେ ଯାଇ ଶପଥଗ୍ରହଣ ସ୍ଥାନ ଜନତା ମଇଦାନରେ ପହଂଚିବେ ।
ପ୍ରଥମେ ମୋହନ ମାଝୀ ଶପଥ ନେବେ । ତା’ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଓ କେଭି ସିଂହଦେଓ ଶପଥ ନେବେ । ତା’ପରେ ଅନ୍ୟ ମନ୍ତ୍ରୀମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି । ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ପ୍ରମୁଖ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଂଚିଛନ୍ତି ।