ଭୁବନେଶ୍ୱର– ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ । ଏହାସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ଏମାନଙ୍କ ବ୍ୟତୀତ ନୂଆ ସରକାରର ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀଙ୍କୁ ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । କ୍ୟାବିନେଟ୍ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଭୂଷଣ ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ଗଣେଶ ରାମସିଂ ଖୁଂଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ୱାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।
Related Stories
November 22, 2024