ଇଟାନଗର– ଅରୁଣାଚଳ ପ୍ରଦେଶର ୧୧ ତମ ମୁଖ୍ୟମନ୍ତ୍ରୀ ରୂପେ ପେମା ଖାଣ୍ଡୁ ଆଜି ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ କେଟି ପରନାୟକ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏଥି ସହିତ ରାଜ୍ୟପାଳ ପରନାୟକ ୧୧ ଜଣ ବିଧାୟକଙ୍କୁ ମଧ୍ୟ ମନ୍ତ୍ରୀ ପଦର ଶପଥ ପାଠ କରାଇଛନ୍ତି । ପେମା ଖାଣ୍ଡୁ ତୃତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ସେହିପରି ଚୋନା ମିନ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି ।
ଏହି ଶପଥ ସମାରୋହରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ସହିତ କେତେକ କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସାମିଲ୍ ହୋଇଥିଲେ ।