ପୁରୀ, ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି ମୋହନ ମାଝି । ଏଥି ସହ ଶ୍ରୀମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ଚାରି ଦ୍ଵାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଗଣମାଧ୍ୟମ ସମ୍ମୁଖରେ ନିଜର ପ୍ରତିକ୍ରିୟା ରଖି କହିଛନ୍ତି ଯେ, ମହାପ୍ରଭୁଙ୍କ କରୁଣାରୁ ରାଜ୍ୟରେ ନୂତନ ସରକାର ଆସିଛି । ମହାପ୍ରଭୁଙ୍କ ଆଶୀର୍ବାଦରେ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲାଗଲା । ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା ସୃଷ୍ଟି ହେବ ନାହିଁ । ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସେ ଦିଗରେ ପଦକ୍ଷେପ ନିଆଯିବ । ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ବ୍ୟବସ୍ଥା ହୋଇଛି ।
Related Stories
November 23, 2024
November 23, 2024
November 23, 2024