-
ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୧.୬ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୧.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୪୪.୨ ମି.ମି., ଟିକାବାଲିରେ ୩୭.୦ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୩୪.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୩୩.୬ ମି.ମି., ଅଳତୁମାରେ ୩୦.୬ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୩୦.୦ ମି.ମି. ଏବଂ ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।