-
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୋରାପୁଟ ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହିତ ଜିଲ୍ଲା ପ୍ରଶାସନର ଆଲୋଚନା
-
ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି ।
ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ୱାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।