
-
ସମ୍ବଲପୁର ଜିଲ୍ଲାର ଜମନକିରାରେ ସର୍ବାଧିକ ୯୬.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ସମ୍ବଲପୁର ଜିଲ୍ଲାର ଜମନକିରାରେ ସର୍ବାଧିକ ୯୬.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୭୪.୬ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୬୫.୨ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୬୧.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୬୧.୦ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୫୦.୪ ମି.ମି., ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ୫୦.୦ ମି.ମି., ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୪୯.୪ ମି.ମି., ବାଲେଶ୍ଵର ଜିଲ୍ଲାର ବାଲେଶ୍ଵରରେ ୪୮.୪ ମି.ମି., ଦେବଗଡ଼ ଜିଲ୍ଲର ବାରକୋଟରେ ୪୭.୬ ମି.ମି., ସମ୍ବଲପୁର ଜିଲ୍ଲାର ହିରାକୁଦରେ ୪୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।