
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଓଡ଼ିଶାର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ସମାଜସେବୀ ଓ ରାଜନେତା, ଆଇନଜୀବୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ l ଏହି ଦୁଃଖଦ ସମୟରେ ମୁଁ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହିତ ସ୍ୱର୍ଗତ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି